BREAKING

ଆଜି କେମିତି କଟିବ ଆପଣଙ୍କ ଦିନ :ଜାଣନ୍ତୁ କେଉଁ ରାଶିରେ ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ

0

ମେଷ: ପରିସ୍ଥିତି ପ୍ରତି ଉଦାସୀନ ରହିପାରନ୍ତି। ପରୋପକାରୀ ହେବେ। ଭାଗ୍ୟଶାଳୀ ହେବେ। ଦିନଟିକୁ ଭୋଗ ବିଳାସରେ ଅତିବାହିତ କରିବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ। ଧର୍ମାତ୍ମା ଓ ବିଦ୍ୱାନ୍‍ ହେବେ। ସାହସୀ ଓ ସମ୍ପତ୍ତିବାନ ହେବେ।

ବୃଷ: ଅର୍ଥ ଯୋଗାଡ଼ କରିବାରେ ବ୍ୟତିବ୍ୟସ୍ତ ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ମିତ୍ରମାନେ କରଛଡ଼ା ଦେବେ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବାକୁ ପଡ଼ିବ।

ମିଥୁନ: ଆର୍ଥିକ ଅବସ୍ଥାର ଉନ୍ନତି ଘଟିବ। ବନ୍ଧୁ ସହଯୋଗ ପାଇ ଉପକୃତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କର୍କଟ: ପର ପାଇଁ କାର୍ଯ୍ୟ କରିବା ଦୁଃଖର କାରଣ ହୋଇପାରେ। ଶତ୍ରୁ ଦମନ କରିବାକୁ ଉପାୟ ସ୍ଥିର କରିବେ। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ଶରୀର ସୁସ୍ଥ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରିରେ ପ୍ରଶଂସା ମିଳିବ।

ସିଂହ: ଆତ୍ମୀୟ ଲୋକଙ୍କ ବିରୋଧ ଘଟିବ। ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭ ହୋଇପାରେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ଆସନ୍ନ ପ୍ରସବାର କନ୍ୟା ସନ୍ତାନ ଜାତ ହୋଇପାରେ।

କନ୍ୟା: ଶତ୍ରୁ ଚିନ୍ତାରେ ବ୍ୟସ୍ତ ରହିବେ। ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ବ୍ୟକ୍ତି ବିଶେଷ ଭାବେ ସମ୍ମାନିତ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। କୃଷିକ୍ଷେତ୍ର ଉପରେ ଧ୍ୟାନ ଦେବେ। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ ହେବେ।

ତୁଳା: ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମିଷ୍ଟ ଭାଷା ପ୍ରୟୋଗ କରି ପରକୁ ଆପଣାର କରିବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ବିବାଦରେ ବିଜୟୀ ହେବେ।

ବିଛା: ଠାକୁରଙ୍କ ଦର୍ଶନରେ ଶାନ୍ତି ପ୍ରାପ୍ତ ହେବେ। ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରି ପାରନ୍ତି। ଭାଗ୍ୟଶାଳୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି। ସହନଶୀଳ, ଶାନ୍ତିପ୍ରିୟ ଉଦାର ବିଦ୍ୟାପ୍ରେମୀ ହେବେ।

ଧନୁ: ଅର୍ଥ ପ୍ରାପ୍ତି ପାଇଁ ଉଦ୍ୟମ ଅବ୍ୟାହତ ରଖିପାରନ୍ତି। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ମୋକଦ୍ଦମାରେ ବିଜୟୀ ହେବେ। ବିଭିନ୍ନ ସ୍ତରରୁ ଧନଲାଭର ସୁଯୋଗ ସୃଷ୍ଟି ହୋଇଛି।

ମକର: ନିଜ କାର୍ଯ୍ୟ ପାଇଁ ସମାଲୋଚିତ ହୋଇପାରନ୍ତି। ଅଧିକ ବ୍ୟୟର ସମ୍ମୁଖୀନ ହେବେ। ଥଣ୍ଡା କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଚକ୍ଷୁପୀଡ଼ା ଅନୁଭବ କରିବେ। ଏକାନ୍ତପ୍ରିୟ ଓ ମଧୁରଭାଷୀ ହେବେ।

କୁମ୍ଭ: ବିଭିନ୍ନ ସ୍ତରରୁ ଆୟ ହୋଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସାଧାରଣ କ୍ଷେତ୍ରରେ ସମ୍ମାନିତ ହେବେ। ସରକାରୀ ଅର୍ଥପ୍ରାପ୍ତ ହେବ। ରାଜଯୋଗ ରହିଛି।

ମୀନ: ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପରିବାର ପ୍ରତି ସ୍ନେହ ସଦିଚ୍ଛା ରହିବ। ସୁଖ ଅନୁଭବ କରିବେ।

Kiit Adv
Kiit Adv
Kiit Adv
Kiit Adv

Leave A Reply

Your email address will not be published.